ଭୁବନେଶ୍ବର: କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ । ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ୍ ଙ୍କୁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିବା ଜଣାପଡିଛି । ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି । ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ସେ । ଭକ୍ତଙ୍କ ନେତୃତ୍ୱକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ ମୋକିମ । ଯେଉଁଥିପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି ।
0 Comments